ରେଳ ମନ୍ତ୍ରୀଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ

Spread the love

ଭୁବନେଶ୍ୱର  : ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ତିନି ଦିନିଆ ଗସ୍ତରେ ଓଡିଶା ଆସିବେ । ତାଙ୍କ ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ୧୯ ତାରିଖ ସନ୍ଧ୍ୟାରେ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନ ନିରୀକ୍ଷଣ କରିବା ସହ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥା ସମୀକ୍ଷା କରିବେ ।

ଜୁନ ୨୦ ତାରିଖ ପୂର୍ବାହ୍ନରେ ଶ୍ରୀ ବୈଷ୍ଣବ ପୁରୀରେ ରଥ ଯାତ୍ରା ପରିଦର୍ଶନ କରିବା ପରେ ବାଲେଶ୍ୱର ଜିଲ୍ଲା ବାହାନାଗା ବଜାରକୁ ଯାଇ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା ହେବେ ।

ସେ ମଧ୍ୟ ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଏବଂ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ । ଏହା ବ୍ୟତୀତ ଶ୍ରୀ ବୈଷ୍ଣବ ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହିତ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ ।

Leave a Reply

Your email address will not be published. Required fields are marked *