ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

Spread the love

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ବିସ୍ତୃତି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତ ଯେ ୪ ତାରିଖରୁ ସମଗ୍ର ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ । ଏହା ସହ ଆଜି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୱାର୍ଣ୍ଣି ଜାରି କରାଯାଇଥିବା ସେ ପ୍ରକାଶ କରିଛନ୍ତି ।

ସେ କହିଛନ୍ତି , ରାଜ୍ୟରେ ଏବେ ମୌସୁମୀ ପ୍ରଭାବ ଦୁର୍ବଳ ରହିଛି । ଗତ ୨୪ ଘଣ୍ଟାରେ ସମଗ୍ର ରାଜ୍ୟରେ ସ୍ୱାଭାବିକଠାରୁ ୮୭ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ଜୁନ ଆରମ୍ଭରୁ ଏଯାବତ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ମୌସୁମୀ ଦୁର୍ବଳ ଥିଲା, ଏବେ ଏବେ ତାହା ସ୍ବାଭାବିକ ସ୍ଥିତିକୁ ଆସୁଛି। ମୌସୁମୀ ଦୁର୍ବଳ ହେତୁ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ୭୦ରୁ ଉର୍ଦ୍ଧ୍ୱ ରହୁଛି । ସମଗ୍ର ରାଜ୍ୟରେ ୫୦ ପ୍ରତିଶତରୁ ଅଧିକ ଆର୍ଦ୍ରତା ରହୁଛି । ୪ ତାରିଖ ପରେ ସମଗ୍ର ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *