ରାଜ୍ୟର ବିଭିନ୍ନ ସ୍ଥାନରେ ୨୬ ଯାଏଁ ବର୍ଷା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ରାଜ୍ୟର ବିଭିନ୍ନ ସ୍ଥାନରେ ୨୬ ତାରିଖ ଯାଏଁ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୨୩ ତାରିଖରେ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *