ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିବେ ସୁଜିତ କୁମାର

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧାନସଭା ରେ ନୋମିନେସନ ଫାଇଲ୍ କରିବେ ସୁଜିତ କୁମାର ।ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।  ୧୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ହୋଇପାରିବ ।  ଡିସେମ୍ବର ୨୦ ତାରିଖରେ ରହିଛି ଭୋଟ ଗ୍ରହଣ ଦିନ।  ସୁଜିତ କୁମାରଙ୍କ ଇସ୍ତଫା ପରେ ଓଡ଼ିଶାରୁ ଗୋଟିଏ ରାଜ୍ୟସଭା ଆସନ ଖାଲିପଡିଛି ।ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ବିଜେପିରେ ମିଶିଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *