ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା

Spread the love

PURI_POLICE REVIEW_PKG

()ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ତେବେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ‌ ସମାପନ କରିବା ପାଇଁ ପୁରୀ ପୋଲିସ ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ପୁରୀ ଏସପି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ମିଶି ଶ୍ରୀମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ସ୍ଥିତି ଅନୁଧ୍ୟାନ କରିଛନ୍ତି। ବିଶେଷ କରି ଟ୍ରାଫିକ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଏବଂ ଅପରାଧ ନିୟନ୍ତ୍ରଣ କିଭଳି ସଫଳ ଭାବେ ହୋଇପାରିବ ସେନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି ଏସପି।

ଶାନ୍ତି ଶୃଙ୍ଖଳାର ସହ ସମାପନ କରିବା ପାଇଁ ପୁରୀ ପୋଲିସ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରାରମ୍ଭିକ ପ୍ରସ୍ତୁତି। ପୁରୀ ଏସପି ଡଃ କନୱର ବିଶାଳ ସିଂ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ମିଶି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ଯାଏଁ ବିଭିନ୍ନ ସ୍ଥାନରେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ରହିବ ସେନେଇ ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଚଳିତ ବର୍ଷ ରଥଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ଭକ୍ତଙ୍କ ଆଗମନ ଯଥେଷ୍ଟ ବୃଦ୍ଧି ପାଇବ ବୋଲି ଅନୁମାନ କରୁଛି ପୋଲିସ। ଏଣୁ ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ କିଭଳି ଭଲ ଭାବେ ହୋଇପାରିବ ସେନେଇ ଏସପି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ସେହିପରି ଭକ୍ତଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ପ୍ରଦାନ ସହ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ ଉପରେ କିଭଳି ରୋକ ଲଗାଯାଇପାରିବ ସେନେଇ ଏକ ସ୍ବତନ୍ତ୍ର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତି କରୁଛି ପୋଲିସ।

ରଥଯାତ୍ରାକୁ କିଭଳି ଶାନ୍ତି ଶୃଙ୍ଖଳାର ସହ ଆୟୋଜନ କରାଯାଇପାରିବ ସେନେଇ ସବୁ ବିଭାଗ ତତ୍ପର ହେବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବଡ଼ଦାଣ୍ଡରେ ଥିବା ଅସୁରକ୍ଷିତ କୋଠା ଗୁଡିକୁ ଖୁବଶୀଘ୍ର ଚିହ୍ନଟ କରାଯାଇ ଭକ୍ତଙ୍କ ବସିବା ନେଇ କଟକଣା ଜାରି କରାଯିବ। ସେହିପରି ସହରରେ ଥିବା ବିଭିନ୍ନ ହୋଟେଲ, ଲଜ୍ ଏବଂ ବ୍ୟବସାୟୀକ ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ କଡାକଡି କରାଯିବ। ପୁରୀ ସହରରେ ଅଧିକାଂଶ ସିସିଟିଭି ଅଚଳ ହୋଇ ପଡ଼ିଥିବାରୁ ଏହାର ଫାଇଦା ନେଇ ଅପରାଧୀମାନେ ବିଭିନ୍ନ ଅପରାଧ ଘଟାଉଛନ୍ତି। ତେବେ ଭକ୍ତଙ୍କ ସୁରକ୍ଷା ପାଇଁ ପୋଲିସ ତୁରନ୍ତ ଅଚଳ ସିସିଟିଭିକୁ କାର୍ଯ୍ୟକ୍ଷମ କରିବା ପାଇଁ ଦାବି କରିଛନ୍ତି ନଗର କଂଗ୍ରେସ ସଭାପତି। ସେପଟେ ରଥଯାତ୍ରା ପୂର୍ବରୁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ସାରିବାକୁ ପୋଲିସ ପକ୍ଷରୁ ସମସ୍ତ କାର୍ଯ୍ୟ ଆରମ୍ଭ ହୋଇଥିବା ଏସପି କହିଛନ୍ତି।

ଗତ କିଛିଦିନ ହେବ ପୁରୀ ସହରରେ ବିଭିନ୍ନ ମାରଣାସ୍ତ୍ର ସାହାଯ୍ୟରେ ଅନେକ ଥର ଗୋଷ୍ଠୀ ସଂଘର୍ଷ ହୋଇଥିବା ବେଳେ ଏଥିରେ ଅନେକ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଦୁର୍ବୁତ୍ତଙ୍କ ଏଭଳି ଖୁଲମଖୁଲା ଆତଙ୍କରାଜକୁ ନେଇ ପର୍ଯ୍ୟଟକ ଏବଂ ସହରବାସୀ ଆତଙ୍କିତ ହୋଇ ପଡିଛନ୍ତି। ତେବେ ଅପରାଧୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି।..

ଶିବପ୍ରସାଦ ଦାସଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *