ଜାନୁଆରିରେ ମିଳିବ ନୂଆ ରାସନ କାର୍ଡ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ। ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।
ଏବେ ବି ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ। ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ। ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ।
Naxatra News is now on Whatsapp
Join and get latest news update delivered to you via whatsapp
Join Now