ଆସନ୍ତାକାଲି ଖୋଲିବ ରତ୍ନଭଣ୍ଡାର, ସକାଳ ୯ଟା ୫୧ରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୂହୁର୍ତ୍ତ

ଆସନ୍ତାକାଲି ପୁଣି ଖୋଲିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର  ସଂପର୍କିତ ଜରୁରୀ ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି । ଏଥିପାଇଁ ଗୁରୁବାର ସକାଳ ୯ଟା ୫୧ରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୂହୁର୍ତ୍ତ ଧାର୍ଯ୍ୟ କରାଯାଇଛି । ଏହି ସମୟରେ ଭିତର ରତ୍ନଭଣ୍ଡାର ଖୋଲି ପ୍ରବେଶ କରିବ ଟିମ୍ । ପ୍ରବେଶ କରିବା ପରେ ଜିନିଷ ପତ୍ରଗୁଡିକୁ ଆଖିରେ ଦେଖିବେ ପରେ ଅଳଙ୍କାରଗୁଡିକୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଭିତର ରତ୍ନଭଣ୍ଡାରର ୩ଟି ତାଲା ଭଙ୍ଗା ଯାଇଥିଲେ ବି ୨ଟି ତାଲା ପକାଇ ଚାବିକୁ ଟ୍ରେଜେରୀ ଜିମା ଦିଆଯାଇଛି। ଆସନ୍ତା ଗୁରୁବାର ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଭିତର ଭଣ୍ଡାର ଖୋଲାଯିବ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *