ଆସନ୍ତା ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର : ଜଷ୍ଟିସ ବିଶ୍ୱନାଥ ରଥ

Spread the love

ଆସନ୍ତା ୧୪ ତାରିଖରେ ଖୋଲିପାରେ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି । ୧୪ତାରିଖର ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଉ ବୋଲି କହିଛନ୍ତି ଜଷ୍ଟିସ ବିଶ୍ୱନାଥ ରଥ। ଏଥିସହ ସେ କହିଛନ୍ତି ଆମେ ଆଶା ରଖୁଛୁ ସରକାର ୧୪ତାରିଖରେ ରତ୍ନଭଣ୍ଡରା ଖୋଲିବାକୁ ଅନୁମତି ଦେବେ । ସରକାରଙ୍କ ଅନୁମତି ପାଇବା ପରେ ରତ୍ନଭଣ୍ଡାର ଖୋଲାଯିବ । ଚାବି କାମ କରୁ ବା ନକରୁ ନିଶ୍ଚିତ ରତ୍ନ ଭଣ୍ଡାର ଖୋଲାଯିବ ବୋଲି କହିଛନ୍ତି ଜଷ୍ଟିସ ବିଶ୍ୱନାଥ ରଥ।

Leave a Reply

Your email address will not be published. Required fields are marked *