ରାୟଗଡା କଲ୍ୟାଣସିଂହପୁର ଠାରେ କଲର୍ଭଟ ଭାଙ୍ଗି ୫ ମୃତ, ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା

Spread the love

ଭୁବନେଶ୍ୱର : ସୋମବାର ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁରରେ ଏକ ନିର୍ମାଣାଧୀନ କଲର୍ଭଟ୍ ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *