ସରକାରୀ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ନେଇ ରାଜସ୍ୱ ବିଭାଗର ଚିଠି

Spread the love

ଭୁବନେଶ୍ୱର : ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଏବେ ଠାରୁ ଆରମ୍ଭ ହୋଇଯାଇଛି । ସରକାରୀ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ଶେଷ କରିବାକୁ ନିର୍ଦ୍ଦେଶ ହୋଇଛି । ସବୁ ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀମାନଙ୍କୁ ଚିଠି ଲେଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ମେ’ ୨୯ ତାରିଖ ସୁଦ୍ଧା  ତାଲିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ଓଡ଼ିଶା ପ୍ରଶାସନିକ ସେବା/ଓଡ଼ିଶା ରାଜସ୍ୱ ସେବା, ଗ୍ରୁପ- ବି ଅଫିସରଙ୍କ ପାଇଁ ନିୟମ ଲାଗୁ ହେବ ବୋଲି ଚିଠିରେ କୁହାଯାଇଛି ।

ଯେଉଁ କର୍ମଚାରୀମାନେ ଗୋଟିଏ ସ୍ଥାନରେ ୩ ବର୍ଷ ପୂରଣ କରିଛନ୍ତି ଓ ଯେଉଁମାନେ ଘରୋଇ ଜିଲ୍ଲାରେ କାର୍ଯ୍ୟ କରୁଛନ୍ତି ସେନେଇ ତଥ୍ୟ ମଗାଯାଇଛି ।

Leave a Reply

Your email address will not be published. Required fields are marked *