ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ , ଅତନୁଙ୍କୁ ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ

Spread the love

ଭୁବନେଶ୍ୱର : ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଛନ୍ତି ରୋହିତ ପୂଜାରୀ । ଏଥିପାଇଁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିଭାଗର ବାର୍ଷିକ ପ୍ରଦର୍ଶନ ଆଧାରରେ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ସବୁଠୁ ଖରାପ ଥିବାରୁ ରୋହିତଙ୍କୁ ମନ୍ତ୍ରୀ ପଦ ହରାଇବାକୁ ପଡ଼ିଛି ବୋଲି କୁହାଯାଉଛି । ତେବେ ବୟସ ନେଇ ରୋହିତଙ୍କ ବିବାଦୀୟ ବୟାନ ପାଇଁ ଏଭଳି ନିଷ୍ପତି ହୋଇଥିବା ଚର୍ଚ୍ଚା ହେଉଛି । ଗତ ଜୁନ୍ ମାସରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ୍ କରାଯାଇଥିଲା । ସଂପ୍ରତି ସେ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ବିଧାୟକ ଅଛନ୍ତି ।

ରାଜନୀତି କ୍ଷେତ୍ରରେ ଅବସର ନେବାର କୌଣସି ବୟସ ସୀମା ଏପର୍ଯ୍ୟନ୍ତ ସ୍ଥିର ହୋଇନଥିବା ବେଳେ ରୋହିତ ପୂଜାରୀ ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ବିଧାନସଭା ନିର୍ବାଚନ ନଲଢ଼ିବା ଉଚିତ ବୋଲି ଯୁକ୍ତି ରଖିଥିଲେ । ଏହି ମନ୍ତବ୍ୟ ରୋହିତଙ୍କ ପାଇଁ ମହଙ୍ଗା ପଡ଼ିଲା ବୋଲି ସମ୍ବଲପୁର ଓ ରେଢ଼ାଖୋଲ ଅଂଚଳରେ ଚର୍ଚ୍ଚାର ବିଷୟ ହୋଇଛି ।

Leave a Reply

Your email address will not be published. Required fields are marked *