ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରୁ ୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାର୍ଶ୍ଵ ଡାଇକ୍ ର ଗୋଟିଏ ଓ ଡାହାଣ ପାର୍ଶ୍ଵ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ଛଡାଯାଉଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୭୪ ହଜାର ୬୪୬ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨ଟି ସ୍ଲୁଇସ୍ ଗେଟ୍, ଅନ୍ୟାନ୍ୟ ପାୱାର ଚାନେଲ ଓ ସ୍ପିଲୱେ ଦେଇ ପ୍ରତି ସେକେଣ୍ଡରେ ୬୯ ହଜାର ୪୫୩ ଘନଫୁଟ୍ ରୁ ଉର୍ଦ୍ଧ୍ଵ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳଭଣ୍ଡାରର ଜଳ ପତନ ଆଜି ଦିନ ୧୨ଟା ସୁଦ୍ଧା ୬୧୬.୩୭ ଫୁଟ୍ ରହିଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ଜଣାପଡିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଗତ ୨୪ ଘଣ୍ଟାରେ ଜଳ ଭଣ୍ଡାରର ଉପର ମୁଣ୍ଡରେ ୧୭.୯୨ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦୧.୩୯ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ ।
ଏଠାରେ ଉଲ୍ଲେଖଯୋଗ୍ୟ, ୨୩ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡାଯିବା ଆରମ୍ଭ ହୋଇଛି । ୨୮ ତାରିଖ ସକାଳ ୯ଟା ସୁଦ୍ଧା ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ଭଣ୍ଡାରରୁ ଜଳ ନିଷ୍କାସନ କରାଯାଉଥିବା ବେଳେ ଉପର ମୁଣ୍ଡରେ ବର୍ଷାର ପରିମାଣ କମିବାରୁ ଏହାକୁ ଦୃଷ୍ଟିରେ ରଖି ପରବର୍ତ୍ତି ସମୟରେ ୬ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଥିଲା ।
Naxatra News is now on Whatsapp
Join and get latest news update delivered to you via whatsapp
Join Now