ଚିଲିକା ବିଧାନସଭାରେ ସଂପର୍କରୁ ସମର୍ଥନ ଅଭିଯାନରେ ସାମିଲ ହେଲେ ସମ୍ବିତ ପାତ୍ର

Spread the love

ଭୁବନେଶ୍ୱର /ଚିଲିକା : ଚିଲିକା ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାର୍ଟି ପକ୍ଷରୁ ସଂପର୍କରୁ ସମର୍ଥନ ଅଭିଯାନ ପଦଯାତ୍ରା ନାଚୁଣୀରେ ଅନୁଷ୍ଠିତ ହୋଇଯାଇଛି । ଏହି ପଦଯାତ୍ରାରେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଏବଂ ଦଳର ରାଜ୍ୟ ସାଧାରଣ ସମ୍ପାଦକ ପୃଥିବୀରାଜ ହରିଚନ୍ଦନ ଓ ଖୋର୍ଦ୍ଧା ଜିଲ୍ଲାର ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ ତଥା ଜିଲ୍ଲାର ଅନେକ ବରିଷ୍ଠ ନେତା ସାମିଲ ହେଲେ । ନାଚୁଣୀରେ ଅନୁଷ୍ଠିତ ଏହି ସମ୍ମିଳନୀରେ ମୋଦି ସରକାରଙ୍କ ୯ ବର୍ଷରେ ହେଇଥିବା ବିଭିନ୍ନ ବିକାଶମୁଲକ କାର୍ଯ୍ୟ ବିଷୟରେ ପ୍ରଚାର ପତ୍ର ଘରେ ଘରେ ବଣ୍ଟନ କରାଯିବା ସହିତ ମୋଦି ସରକାରଙ୍କ ବିଭିନ୍ନ ଲୋକ ହିତକାରୀ ଯୋଜନା ବିଷୟରେ ନାଚୁଣୀ ପଞ୍ଚାୟତବାସୀଙ୍କୁ ଅବଗତ କରାଯାଇଛି ।

Leave a Reply

Your email address will not be published. Required fields are marked *