ବିଦ୍ୟୁତ ବିକ୍ରି ରାଜିନାମା ଅଧୀନରେ ଗ୍ରିଡକୋ କୁ 600 ମେଗାୱାଟ୍ ପବନ ଶକ୍ତି ଯୋଗାଇ ଦେବ ଏସଇସିଆଇ

Spread the love

ଭୁବନେଶ୍ୱ : ଭାରତ ସରକାରଙ୍କ ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଅଧୀନ ଭାରତୀୟ ସୌର ଶକ୍ତି ନିଗମ (ଏସଇସିଆଇ) ଓଡ଼ିଶା ସରକାରଙ୍କ ଗ୍ରିଡକୋକୁ 600 ମେଗାୱାଟ୍ ପବନ ବିଦ୍ୟୁତ ଶକ୍ତି ଯୋଗାଇ ଦେବ । ଏଥିପାଇଁ ଉଭୟ ପକ୍ଷ ମଧ୍ୟରେ ଏକ ବିଦ୍ୟୁତ ବିକ୍ରି ରାଜିନାମା ସ୍ୱାକ୍ଷରିତ ହୋଇଛି । ଏହି ରାଜିନାମା ଅଧୀନରେ ଓଡ଼ିଶାର ଗ୍ରିଡକୋ ଭାରତୀୟ ସୌର ଶକ୍ତି ନିଗମ ଠାରୁ ପବନ ବିଦ୍ୟୁତ ପ୍ରକଳ୍ପ ଯୋଜନା ସହ ଜଡ଼ିତ ଆଇଏସଟିଏସ (ଆନ୍ତରାଜ୍ୟ ସଞ୍ଚାରଣ ପ୍ରଣାଳୀ)ର ଭାଗ – XIII ଅଧୀନରେ 600 ମେଗାୱାଟ୍ ପବନ ବିଦ୍ୟୁତ ଶକ୍ତି କିଣିବ । ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟର ଆଇଏସଟିଏସ ଯୋଜନା ଅଧୀନରେ ଅକ୍ଷୟ ଶକ୍ତି ସମ୍ପଦରେ ସମୃଦ୍ଧ ରାଜ୍ୟରେ ଉତ୍ପାଦିତ ହେଉଥିବା ବିଦ୍ୟୁତକୁ ଅକ୍ଷୟ ଶକ୍ତି ଅଭାବ ଥିବା ରାଜ୍ୟମାନଙ୍କୁ ଯୋଗାଇ ଦିଆଯିବାର ବ୍ୟବସ୍ଥା ରହିଛି ।

ଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଉପସ୍ଥିତିରେ ଭୁବନେଶ୍ୱର ଠାରେ ଏସଇସିଆଇ ଏବଂ ଗ୍ରିଡକୋ ମଧ୍ୟରେ ରାଜିନାମା ସ୍ୱାକ୍ଷରିତ ହୋଇଥିଲା। ଗ୍ରିଡକୋ ଦ୍ୱାରା 600 ମେଗାୱାଡ୍ ପବନ ବିଦ୍ୟୁତ କ୍ରୟ ପାଇଁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ପୂର୍ବରୁ ନୀତିଗତ ମଞ୍ଜୁରି ଦେଇ ସାରିଛନ୍ତି । ବିଦ୍ୟୁତ ପ୍ରକଳ୍ପର ଉତ୍ପାଦନକାରୀଙ୍କ ସହିତ ବିଦ୍ୟୁତ କ୍ରୟ ରାଜିନାମା ସ୍ୱାକ୍ଷର ହେବା ତାରିଖ ଠାରୁ 24 ମାସ ମଧ୍ୟରେ ବିଦ୍ୟୁତ ଯୋଗାଇ ଦିଆଯିବ ।

ଗୁଜରାଟ, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ଥିବା ବିଦ୍ୟୁତ ଉତ୍ପାଦନକାରୀମାନେ 600 ମେଗାୱାଟ୍ ପବନ ବିଦ୍ୟୁତ ଶକ୍ତି ଯୋଗାଇ ଦେବେ ।

Leave a Reply

Your email address will not be published. Required fields are marked *