ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜିଉ

ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡି ବିଜେ କରିବେ ଶ୍ରୀଜିଉ । ମଦନ ମୋହନ, ରାମକୃଷ୍ଣ, ଶ୍ରୀ ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବା ସୁଭଦ୍ରା ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିବେ। ଗର୍ଭଗୃହରେ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା କରାଯାଇଛି । ଏପଟେ ଆଜିଠୁ ଶ୍ରୀମନ୍ଦିର ଗର୍ଭଗୃହର ଆବଶ୍ୟକୀୟ ମରାମତି ପାଇଁ ଶ୍ରୀମନ୍ଦିର ବୈଷୟିକ କମିଟି ସଦସ୍ୟଙ୍କ ସହ ପ୍ରତ୍ନତତ୍ତ୍ୱ ବିଭାଗ ଅଧିକାରୀ ଯାଞ୍ଚ କରିବେ । ସେପଟେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଦିଆଯାଇଛି ବିଶେଷ ଗୁରୁତ୍ୱ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *