ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ

Spread the love

ଭୁବନେଶ୍ୱର – ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତାକାଲି ଏହା ଅବପାତର ରୂପ ନେବ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଓଡିଶା ଉପରେ ବାତ୍ୟାର ପ୍ରଭାବ ନଥିଲେ ମଧ୍ୟ ଯେକୌଣସି ପରିସ୍ଥିତି ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ କହିଛନ୍ତି ଏସଆରସି ।

ଏସ୍‌ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ ସମ୍ଭାବିତ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀମାନେ ପନିପରିବା, ଉଦ୍ୟାନ କୃଷି, ଅମଳ ହୋଇଥିବା ଫସଲ ତଥା ମଣ୍ଡିରେ ପଡ଼ିଥିବା ଧାନକୁ ସୁରକ୍ଷିତ ରଖିବାକୁ କୁହାଯାଇଛି । ସେହିପରି ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ମତ୍ସ୍ୟଜୀବୀମାନେ ଆସନ୍ତା ୯ ତାରିଖ ଠାରୁ ଛୋଟ ଜାହାଜ, ଡଙ୍ଗା ଓ ଟ୍ରେଲର ନେଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଯିବାକୁ କହିଛନ୍ତି ଏସଆରସି ।

ବିଭାଗର ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୋମବାର କହିଛନ୍ତି ଯେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ବାତ୍ୟାରେ ପରିଣତ ହେବା ପରେ ବାଂଲାଦେଶ ଓ ମିଆଁମାର ଅଭିମୁଖେ ଗତି କରିବାର ସମ୍ଭାବନା ରହିଛି । ଓଡ଼ିଶା ପ୍ରତି କୌଣସି ବିପଦର ଆଶଙ୍କା ନାହିଁ ।

Leave a Reply

Your email address will not be published. Required fields are marked *