ଭୁବନେଶ୍ୱର : ପ୍ରବଳ ବର୍ଷା ନେଇ ସମସ୍ତ ଜିଲ୍ଲାପାଳ ଓ ସବୁ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି । ସହରର ତଳିଆ ଅଂଚଳରେ ପାଣି ଜମିଲେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପମ୍ପ୍ ଲଗାଇ ବର୍ଷା ଜଳ ନିଷ୍କାସନ ଏବଂ ଜଳ ନିଷ୍କାସନ ଲାଗି ଡ୍ରେନ୍ ଗୁଡିକୁ ସଫା ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now