ଆଜି ଶ୍ରୀଜିଉଙ୍କ ସୁନାବେଶ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆଜି ମହାପ୍ରଭୁଙ୍କ ହେବ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହୋଇ ଝଟକିବେ ମହାପ୍ରଭୁ। ବାହୁଡ଼ା ଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଲକ୍ଷାଧିକ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ଶ୍ରୀଜିଉଙ୍କ ଏହି ସୁନ୍ଦର ବେଶ ଦେଖିବାକୁ ବ୍ୟାକୁଳ ଭକ୍ତ। ସୁନାବେଶ ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରଯାଇଛି । ଅପରାହ୍ନ ୫ଟାରୁ ସୁନାବେଶ ଆରମ୍ଭ ହୋଇ ରାତି ୧୧ଟା ପର୍ୟ୍ୟନ୍ତ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ। ରଥରେ ଚତୁର୍ଦ୍ଧା ବିଗ୍ରହଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଛୁଟି ଆସିବେ ଲକ୍ଷଲକ୍ଷ ଭକ୍ତ। ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ପୂର୍ବଭଳି ମେଡିକାଲ ଛକରୁ ଚାଲି ଚାଲି ଯିବେ ଭକ୍ତ। ଏଥିପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ଅଧିକ ଭିଡ଼ ହେଲେ, ଆବଶ୍ୟକସ୍ଥଳେ ଲୋକଙ୍କୁ ବାହାର କରିବା ପାଇଁ ସିଲ ହୋଇଥିବା ରାସ୍ତାକୁ ଖୋଲାଯାଇପାରେ ବୋଲି କହିଛନ୍ତି ପୁରୀ ଏସପି ପିନାକ ମିଶ୍ର ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *