ଜନଜାତି ପିଲାମାନେ ଦେଶ ବିଦେଶରେ ସୁନାମ କରୁଛନ୍ତି: ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର: ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି ।

୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ବାସ ବୃଦ୍ଧି କରିଛି । ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ବସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ସେ କହିଥିଲେ ।

ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସାରା ଭାରତରେ ମୟୁରଭଞ୍ଜର ଏକ ସ୍ବତନ୍ତ୍ର ପରିଚୟ ରହିଛି । ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଥିଲେ ।

ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ବୋଲି ମତ ଦେଇ ସେ କହିଲେ ଯେ ରାଜ୍ୟର ବିକାଶର ମୟୁରଭଞ୍ଜର ସ୍ବତନ୍ତ୍ର ଅବଦାନ ରହିଛି । ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ମୋରଡା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୁରଭଞ୍ଜର ଚାଷୀ ମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ବ ବିଷୟରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରି ଓଡିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ସେମାନେ ମତ ଦେଇଥିଲେ।

Tagged

Leave a Reply

Your email address will not be published. Required fields are marked *