ଜାମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଛନ୍ତି। ଦିଲ୍ଲୀସ୍ଥିତ ଓଡ଼ିଶା ନିବାସରେ ଛାତ୍ରୀଛାତ୍ରଙ୍କ ପାଇଁ ଏହି କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ଏହି ନମ୍ୱର ଗୁଡ଼ିକ ହେଲା-୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧। ଏହି ନମ୍ବରରେ ଯୋଗାଯୋଗ କରିବାକୁ ପରିବାର ବର୍ଗଙ୍କୁ ସରକାରଙ୍କ ପକ୍ଷରୁ ନିବେଦନ କରାଯାଇଛି। ଏଥିସହିତ ସ୍ୱତନ୍ତ୍ର ଟିମ୍ର ବ୍ୟବସ୍ଥା କରାଯାଇଥିବାବେଳେ ୫ଟି ଟିମ୍ କରି ଅଧିକାରୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଗୁରୁବାର ରାତିର ପାକିସ୍ତାନର ଡ୍ରୋନ ମାଡ଼ ପରେ ବିଶ୍ୱବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Naxatra News is now on Whatsapp
Join and get latest news update delivered to you via whatsapp
Join Now