ପାଣିପାଗ ଓ ପରିବେଶ

୧୭ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିନେଇ ଏହି ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପ୍ରବଳ ବର୍ଷା ନେଇ ଅନ୍ୟ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲାଗୁଡିକ ହେଲା ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ , ସୁନ୍ଦରଗଡ଼,ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼,ସୋନପୁର,ବଲାଙ୍ଗିର,କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ।

ସେହିପରି ଆସନ୍ତାକାଲି ପାଇଁ ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Related Articles

Leave a Reply

Your email address will not be published.

Back to top button