ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷ ରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ଡିସେମ୍ବରରେ ମିଳିବ ଚର୍ତୁଥ ପର୍ଯ୍ୟାୟ ଟଙ୍କା । ଡିସେମ୍ବର ଶେଷ ସୁଦ୍ଧା ଏକ କୋଟି ରୁ ଉର୍ଦ୍ଧ୍ବ ମହିଳା ଙ୍କୁ ସୁଭଦ୍ରା ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର । ଖାରଜ ହୋଇଥିବା ଆବେଦନ ରି ଚେକ ପାଇଁ ବିଡ଼ିଓ ଙ୍କୁ ନୋଡାଲ ଏଜେନ୍ସି ଭାବେ ଦାୟିତ୍ୱ ଦିଆଯାଇଛି । ଜିଲ୍ଲା ସ୍ତରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଙ୍କୁ ନେଇ ତିନି ଜଣିଆ କମିଟି ଗଠନ କରାଯାଇଛି । ଖାରଜ ହୋଇଥିବା ହିତାଧିକାରୀଙ୍କୁ ଅଙ୍ଗନ ବାଡ଼ି ଦିଦି ଙ୍କ ମାଧ୍ୟମରେ ଖାରଜ ହୋଇଥିବା ହିତାଧିକାରୀଙ୍କୁ ନୋଟିସ ହେବ । ଜମି ଆଧାରରେ ଯେଉଁ ମାନଙ୍କ ର ଖାରଜ ହୋଇଛି ତହସିଲଦାର ଓ ଆରଆଇ ଙ୍କ ଦ୍ଵାରା ଆଉ ଥରେ ଯାଞ୍ଚ କରାଯିବ । ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ଜମି ଆଧାରରେ ଖାରଜ ହୋଇଥିବା ଙ୍କ ସଂଖ୍ୟା ଅଧିକ । ସେହିପରି ବ୍ୟାଙ୍କ ଲିଙ୍କେଜ ନ ଥିବାରୁ କଟିଥିଲେ ସେମାନେ ବ୍ୟାଙ୍କ ସହିତ ଯୋଗାଯୋଗ କରି ବ୍ୟାଙ୍କ ସ୍ପଷ୍ଟୀ କରଣ ଦାଖଲ କରିବେ । ଅଙ୍ଗନବାଡି କର୍ମୀ ଏବଂ ଏମବିକେ ମାନଙ୍କୁ ସରକାରୀ ଚାକରିଆ ଭାବେ କଟା ଯାଇଛି ସେମାନଙ୍କର ମଧ୍ୟ ଯାଞ୍ଚ କରାଯାଇ ଦିଆଯିବ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now