ସେପ୍ଟେମ୍ବର ୧୭ ତାରିଖରୁ ସୁଭଦ୍ରା ଯୋଜନା ହେବ କାର୍ଯ୍ୟକାରୀ

ରାଜ୍ୟରେ ସେପ୍ଟେମ୍ବର ୧୭ ତାରିଖରେ ଆରମ୍ଭ ହେବ ସୁଭଦ୍ରା ଯୋଜନା ।  ଦିଲ୍ଲୀର ହଜଖାସ ମନ୍ଦିରରେ ପ୍ରବାସୀଙ୍କୁ ଅଭିଭାଷଣରେ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ସେହିଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ଏହି ଯୋଜନାର ଲୋକାର୍ପଣ କରିବେ । ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଦିଆଯିବ । ଏହାସହ ରାଜ୍ୟର ବିଜେପି ସରକାର ନିଜର ପ୍ରତିଶ୍ରୁତି ମୁତାବକ ଆସନ୍ତା ଖରିଫ ଋତୁରୁ ଧାନର ଏମଏସପି ୩୧୦୦ଟଙ୍କା କ୍ୱିଣ୍ଟାଲ ପିଛା ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *