୬ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା

Spread the love

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଗାମୀ ୨୪ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହୋବାର ସମ୍ଭାବନା ରହିଛି । ତେବେ ୬ ତାରିଖରୁ ବଢ଼ିବ ବର୍ଷାର ପରିମାଣ। ଏହାସହ ଜୁଲାଇ ୭ ତାରିଖ ବେଳକୁ ବଙ୍ଗୋ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ତେଣୁ ବର୍ଷାର ପରିମାଣ ବଢ଼ିବ। ୬ ରୁ ୮ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ମୟୂରଭଂଜ, କେନ୍ଦୁଝର, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *