୧୦୮ ଜଣଙ୍କର ମୃତଦେହ ଚିହ୍ନଟ କରାଯାଇଛି : ମୁଖ୍ୟ ସଚିବ

Spread the love

ଭୁବନେଶ୍ୱର : ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୧୦୮ ଜଣଙ୍କର ମୃତଦେହ ଚିହ୍ନଟ କରାଯାଇ ସାରିଛି । ବାଲେଶ୍ୱର ଜିଲ୍ଲାପାଳ ଦେଇଥିବା ତଥ୍ୟ ଅନୁସାରେ ବାହାନଗା ଟ୍ରେନ ଟ୍ରାଜେଡିରେ ୨୭୫ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ଦିନ ୧୦ଟା ସୁଦ୍ଧା ସେଥି ମଧ୍ୟରୁ ୧୦୮ ଜଣଙ୍କ ମୃତଦେହ ଚି଼ହ୍ନଟ କରାଯାଇଛି । ଶବ ହସ୍ତାନ୍ତର ପକ୍ରିୟା ଜାରି ରହିଛି । ଚାରୋଟି ମୃତଦେହକୁ ତାଙ୍କ ସମ୍ପର୍କୀୟ ଚି଼ହ୍ନଟ କରିଥିବା ବେଳେ ଖୁବ ଶୀଘ୍ର ସେମାନଙ୍କୁ ହସ୍ତାନ୍ତର କରାଯିବ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

ଶ୍ରୀ ଜେନା କହିଛନ୍ତି ଯେ, ୨୭୫ଟି ମୃତଦେହ ମଧ୍ୟରୁ ୧୯୦ଟି ଭୁବନେଶ୍ୱରକୁ ଅଣାଯିବ । ଏଥିରୁ ୧୮୦ଟି ମୃତଦେହ ପହଞ୍ଚିଥିବା ବେଳେ ଆଉ ୧୦ଟି ଖୁବ ଶୀଘ୍ର ପହଞ୍ଚିବ । ୧୮୦ଟି ମଧ୍ୟରୁ ୨୩ଟି ମୃତଦେହ ଚି଼ହ୍ନଟ ହୋଇଥିବା ବେଳେ ହସ୍ତାନ୍ତର ପକ୍ରିୟା ଆରମ୍ଭ ହୋଇଯାଇଛି । ଏହା ସହ ଦେଶର ଯେକୌଣସି ସ୍ଥାନରୁ ଏହି ଟ୍ରେନରେ ଥିବା ସମ୍ପର୍କୀୟଙ୍କ ବିଷୟରେ ଜାଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୱେବସାଇଟ ଏବଂ ଦୁଇଟି ଟୋଲ ଫ୍ରି ନମ୍ବର (୧୮୦୦-୩୪୫୦୦୬୧/୧୯୨୯) ଜାରି କରାଯାଇଛି । ଏକ ସ୍ୱତନ୍ତ୍ର ମେଡିକାଲ ଟିମ ଡିଏନଏ ଟେଷ୍ଟ କରି ଶବକୁ ଚି଼ହ୍ନଟ କରିବା ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି ।

Leave a Reply

Your email address will not be published. Required fields are marked *