ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ମିଳିବ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା

Spread the love

ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲାର ବାହାନଗା ଠାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ରାଶି ପ୍ରଦାନ କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ଅନୁସାରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ଶିକାର ହୋଇପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଦିଆଯିବ।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମଧ୍ୟ ତାଙ୍କର ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave a Reply

Your email address will not be published. Required fields are marked *