ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ହାଇକୋର୍ଟରେ ଶୁଣାଣି ଶେଷ

Spread the love

ଭୁବନେଶ୍ୱର : ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଏଏସଓ ପରୀକ୍ଷା ଅନିୟମିତତା ମାମଲାର ଶୁଣାଣି ଶେଷ ହୋଇଛି । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ଓଡ଼ିଶା ଉଚ୍ଚନ୍ୟାୟାଳୟ । ଓପିଏସସି ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ହାଇକୋର୍ଟରେ ରିଟ୍ ଓ ରିଭ୍ୟୁ ଆବେଦନର ଶୁଣାଣି ଶେଷ ରାୟ ସଂରକ୍ଷିତ ରହିଛି । ପୂର୍ବରୁ ହାଇକୋର୍ଟ ଏଏସଓ ଲିଖିତ ପରୀକ୍ଷା ମେରିଟ୍ ଖାରଜ କରି ପୁନଃ ମେରିଟ୍ ଲିଷ୍ଟ୍ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶ ବଳବତର ରହିଥିବା ବେଳେ ପୁଣି କିଛି ପରୀକ୍ଷାର୍ଥୀ ନିର୍ଦ୍ଦେଶକୁ ରିଭ୍ୟୁ କରିବା ପାଇଁ ହାଇକୋର୍ଟରେ ଦୁଇଟି ଆବେଦନ ହୋଇଥିଲା ।

Leave a Reply

Your email address will not be published. Required fields are marked *