ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ବୁଲିଲେ ନୂଆ ମୁଖ୍ୟମନ୍ତ୍ରୀ…

Spread the love

ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶ୍ରୀମନ୍ଦିର ୪ଦ୍ୱାର ଭକ୍ତ ପାଇଁ ଖୋଲିବା ପରେ ସୁଆଣ୍ଡୋ ସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ। ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ। ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗ୍ରାମବାସୀଙ୍କ ସହ ଆଲୋଚନା ସମୟରେ ସେ କହିଛନ୍ତି, ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତି ଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି। ଏସବୁ ଖୁବଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହେବ।

Leave a Reply

Your email address will not be published. Required fields are marked *