ଭୁବନେଶ୍ୱର : ରାଜ୍ୟ ସରକାର ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୨ ଦିନ ପୂର୍ବେ ପ୍ରଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ କରା ଯାଇଥିଲା । ଏହା ପରେ ସେ ଗିରଫ ହୋଇଥିଲେ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ ପରେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା। ଆୟଠାରୁ ୫୦୦%ରୁ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। କେବଳ ତାଙ୍କ ଠାରୁ 3 କୋଟିରୁ ଉର୍ଧ ନଗଦ ଟଙ୍କା ଭିଜିଲାନ୍ସ ଜବତ କରିଥିଲା ।
Naxatra News is now on Whatsapp
Join and get latest news update delivered to you via whatsapp
Join Now