ଆଜି ପବିତ୍ର ହେରା ପଞ୍ଚମୀ

ଆଜି ପବିତ୍ର ହେରା ପଞ୍ଚମୀ । ଭାଇ ଭଉଣୀଙ୍କୁ ରଥରେ ନେଇ ଜନ୍ମବେଦୀକୁ ଆସିଛନ୍ତି ମହାପ୍ରଭୁ । ବିଧିପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ। ଆଜି ସଂଧ୍ୟା ଆଳତୀ ପରେ ବିମାନରେ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତ କର୍ପୂର ବନ୍ଦାପନା,ବଳିତା ବନ୍ଦାପନା,ଚାଉଳ ବନ୍ଦାପନା କରିବେ। ସେପଟେ ଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ଯିବାବେଳେ ମହାପ୍ରଭୁଙ୍କ ଠାରୁ  ଅଧରମାଳା ମହାଲକ୍ଷ୍ମୀଙ୍କୁ ପ୍ରଦାନ କରାଯିବ। ସେହି ସମୟରେ ସଂଧ୍ୟାଧୂପ ଚାଲିଥିବା ବେଳେ ଟେରା ପଡିଥିବ। ମହାପ୍ରଭୁଙ୍କ ଭେଟ ନପାଇ ରାଗରେ ଅଭିମାନ କରିବେ ମା ମହାଲକ୍ଷ୍ମୀ। ସେପଟେ ରାଗ ଜର୍ଜରିତ ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ। ଏହାପରେ ଅଭିମାନୀନି ମହାଲକ୍ଷ୍ମୀ ନନ୍ଦିଘୋଷ ରଥର ଚକ ଭାଙ୍ଗି ବଡଦାଣ୍ଡ ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିବେ। ଏହାପରେ ତିନିରଥକୁ ଦକ୍ଷିଣମୋଡ କରି ମହାପ୍ରଭୁ ବାହୁଡାଯାତ୍ରା ପାଇଁ ନିର୍ଦ୍ଦେଶ ଦେବେ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *