ଭୁବନେଶ୍ୱର : ବାହାନଗା ଟ୍ରେନ ଦୁର୍ଘଟଣାରେ ନିଜ ରାଜ୍ୟର ମୃତକ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି । ଏହାଛଡ଼ା ପ୍ରତ୍ୟେକ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଏବଂ ରାଜ୍ୟର ପୀଡ଼ିତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now