ବାରିପଦା ସଦର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ବୁଢ଼ିଖମାରୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ । ବସ୍ ଡ୍ରାଇଭରଙ୍କ ସମେତ ୨ ଜଣ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାରିପଦା ସଦର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now