ରଥଯାତ୍ରା ବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରହିବ, ମନ୍ତ୍ରୀ ଶ୍ରୀ ପ୍ରତାପ ଦେବଙ୍କ ରଥଯାତ୍ରା ପ୍ରସ୍ତୁତି ବୈଠକ

Spread the love

ଭୁବନେଶ୍ୱର : ରଥଯାତ୍ରା ବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ସଂପର୍କରେ ଆଜି ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରଥଯାତ୍ରା ସମୟରେ ଯେପରି ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରହେ ସେ ସଂପର୍କରେ ମନ୍ତ୍ରୀ ଶ୍ରୀ ଦେବ ବିଭାଗୀୟ କର୍ମକର୍ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରଥଯାତ୍ରା ସମୟକୁ ମୌସୁମୀ ଆଗମନ ହୋଇଥିଲେ ବି ପିକ୍ ଆୱାର ମେଗାୱାଟ୍ ବିଦ୍ୟୁତ ଯୋଗାଣ କରାଯିବ । ଆବଶ୍ୟକ ପଡ଼ିଲେ ଅଧିକ ପାୱାର କିଣାଯାଇ ଡିଷ୍ଟ୍ରିବ୍ୟୁସନ୍ କମ୍ପାନୀମାନେ ଅଧିକ ପାୱାର ମଧ୍ୟ ଯୋଗାଣ କରିବେ । ପାୱାର ଗ୍ରୀଡ଼୍ ମଧ୍ୟରେ ସମନ୍ୱୟ ରହିବ । ଏହା ବ୍ୟତୀତ ବିଦ୍ୟୁତ ଟ୍ରାନ୍ସଫର୍ମର ଚେକିଂ, ଲୋଡ଼ିଂ ଓ ଲାଇନ୍ ଚେକିଂ କରାଯିବ । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡର ବିଦ୍ୟୁତ ସରବରାହ ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯିବ । ଯେହେତୁ ରାଜ୍ୟ ସାରା ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି, ତେଣୁ ଡିଷ୍ଟ୍ରିବ୍ୟୁସନ୍ କମ୍ପାନୀ ଯଥା ଟିପିସିଓଡିଏଲ୍‌, ଟିପିଏସ୍‌ଓଡିଏଲ୍‌, ଟିପିଏନ୍‌ଓଡିଏଲ୍‌, ଟିପିଡବ୍ଳ୍ୟୁଡିଏଲ୍ ପାୱାର ଯୋଗାଣ ଉପରେ ସଜାଗ ରହିବେ । ପୁରୀ ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌? ଅଧିକ ଯନିବାନ ହେବାକୁ ବୈଠକରେ କୁହାଯାଇଛି ।

ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରିପ୍ରେକ୍ଷୀରେ ଶକ୍ତି ଓ ଶିଳ୍ପ ବିଭାଗର ସମୀକ୍ଷା ବୈଠକ ମନ୍ତ୍ରୀ ଶ୍ରୀ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଧାର୍ଯ୍ୟ ସମୟ ମଧ୍ୟରେ ଉଭୟ ବିଭାଗର ପ୍ରକଳ୍ପଗୁଡ଼ିକୁ ଶେଷ କରିବା ପାଇଁ ଶ୍ରୀ ଦେବ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ଇପିକଲ୍‌ର ପରିଚାଳନା ନିର୍ଦ୍ଦେଶକ ଏବଂ ଶକ୍ତି ବିଭାଗ ପକ୍ଷରୁ ଗ୍ରୀଡ଼୍‌?କୋର ପରିଚାଳନା ନିର୍ଦ୍ଦେଶକ, ଓପିଟିସିଏଲ୍‌ର ନିର୍ଦ୍ଦେଶକ (ଅପରେସନ୍‌) ଓ ଟିପିଡିଓସିଏଲ୍‌?ର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଉଭୟ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

Leave a Reply

Your email address will not be published. Required fields are marked *