ଆଠଗଡ଼ ବାଳି ସ୍ଥିତ ଦୁର୍ଗା ମନ୍ଦିରରେ ପୂଜାର୍ଚ୍ଚନା କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Spread the love

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଠଗଡ଼ ବାଳି ସ୍ଥିତ ଦୁର୍ଗା ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି । ସେ ନିଜେ ଏହି ସୂଚନା ଦେଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି – ଆଠଗଡ଼ ବାଳି ସ୍ଥିତ ଦୁର୍ଗା ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିବାର ସୌଭାଗ୍ୟ ଲାଭ କଲି । ମା’ଙ୍କ ନିକଟରେ ଜଗତର କଲ୍ୟାଣ କାମନା କରୁଛି ।

ଉଲ୍ଲେଖନୀୟ ଯେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଠାରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଢେଙ୍କାନାଳ, ଦେବଗଡ, ସମ୍ବଲପୁର ଓ ବରଗଡ ଜିଲ୍ଲାରେ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *