ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ। ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଉତ୍ତର ଓଡ଼ିଶାରେ ବି ବର୍ଷିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୨ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା,ଅନୁଗୁଳ, ଢେଙ୍କାନାଳ, କଟକ ,ଜଗତସିଂହପୁର ଓ କେନ୍ଦ୍ରାପଡା ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଦୁଇ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ପଶ୍ଚିମ ଅଞ୍ଚଳରେ ସୋମବାର ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ୨୩ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *