୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା !

ଆଜି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ବଙ୍ଗୋପସାଗରରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୋଟିଏ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ବେଳେ ଅନ୍ୟଟି ଦକ୍ଷିଣ ଉପକୂଳ ମିଆଁମ୍ୟାର ଉପରେ ରହିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ରାଜ୍ୟରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ  ଦିଆଯାଇଛି । ସେହିପରି ୫ ଜିଲ୍ଲା କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *