ଲଘୁଚାପ ପ୍ରଭାବରେ ଆଉ ୨ ଦିନ ବର୍ଷିବ : ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି କହିଥିବା ବେଳେ ଆଉ ଦୁଇ ଦିନ ବର୍ଷିବ । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ୨୬ ତାରିଖରେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ କମିବ ବର୍ଷାର ପରିମାଣ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *