ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। କେଉଁଠି ତୁହାକୁ ତୁହା ବର୍ଷା ତ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହା ସହ ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ବର୍ଷା ଲାଗି ରହିଛି । ଏହା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ହୋଇଛି ।୨୭ ତାରିଖରୁ ବର୍ଷାର ପରିମାଣ କମିଲେ ମଧ୍ୟ ବଜ୍ରପାତ ଜନିତ ବର୍ଷା ଜରି ରହିବ। ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now