୪୮ ଘଣ୍ଟା ମଧ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହେବାର ସମ୍ଭାବନା

Spread the love

ଜୁନ ୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ସ୍ୱାଭାବିକ ସମୟ ପୂର୍ବରୁ ମୌସୁମୀ ପହଞ୍ଚିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ଛୁଇଁବା ନେଇ ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଏନେଇ ପାଗ ଅନୁକୁଳ ଥିବା ସେ କହିଛନ୍ତି । ମୌସୁମୀ ଛୁଇଁବା ପୂର୍ବରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ୪୮ ଘଣ୍ଟା ମଧ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ଆଶଙ୍କା ରହିଛି । ସେପଟେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୁତ ହେଉଛି । ୮ରୁ ୧୦ ତାରିଖ ଯାଏ ଦିନ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ଉପକୂଳରେ ପ୍ରବଳ ଗୁୁଳୁଗୁଳି ହେବା ନେଇ ସତର୍କ କରାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave a Reply

Your email address will not be published. Required fields are marked *