ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ…

Spread the love

ଆଜି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ନିଜର ‘ଏକ୍ସ’ ଏକାଉଣ୍ଟରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ  ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

Leave a Reply

Your email address will not be published. Required fields are marked *