ସକ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସକ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୫ ଦିନ ପର୍ୟ୍ୟନ୍ତ ବର୍ଷା ହେବ। ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପରରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, କନ୍ଧମାଳ, କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *