୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Spread the love

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତୋଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ମାଲକାନଗିରି, କୋରାପୁଟ, ରାୟଗଡ଼ା , ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ । ସେହିପରି ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *