୨୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Spread the love

ଭୁବନେଶ୍ୱର : ସମଗ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ, ଓଡ଼ିଶାର କିଛି ଜିଲ୍ଲାରେ ଘଂଟା ପ୍ରତି  ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏଥିପାଇଁ ୨୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ,ନବରଙ୍ଗପୁର, କଳାହାଣ୍ଡି ,କନ୍ଧମାଳ ,କେନ୍ଦୁଝର,  ମୟୂରଭଞ୍ଜ,ଯାଜପୁର, ଭଦ୍ରକ,ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ଖୋର୍ଦ୍ଧା, ପୁରୀ, ନୟାଗଡ଼,ଗଞ୍ଜାମ  ,ଗଜପତି,ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ରାୟଗଡା ।

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି । ଏପରିସ୍ଥିତିରେ ଉପରୋକ୍ତ ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *