ଭୁବନେଶ୍ବର: ଆସନ୍ତା କାଲି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ଆଗାମୀ ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବାପରେ ରାଜ୍ୟବ୍ୟାପୀ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୯ ରୁ ୧୧ ତାରିଖ ପଯ୍ୟନ୍ତ ବର୍ଷା ସହ ଘଡଘଡି ହେବାର ଆଶଙ୍କା କରିଛି ପାଣିପାଗ ବିଭାଗ ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ୨୪ ଘଣ୍ଟାରେ ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ଯାହା ଫଳରେ ଆସନ୍ତାକାଲିଠୁ ରାଜ୍ୟରେ ହେବ ବର୍ଷା ସମ୍ଭାବନା କରାଯାଉଛି। ଆସନ୍ତା ୯ ତାରିଖରୁ ଉପକୂଳ ଓଡିଶା ଓ ଦକ୍ଷିଣ ଓଡିଶାରେ ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଯଥା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା ଓ କୋରାପୁଟ ଜିଲ୍ଲା ପାଇଁ ସତର୍କ ଘଣ୍ଟି ରହିଛି।
ସେପଟେ ଗଜପତି, ଗଞ୍ଜାମ,ପୁରୀ, କୋରାପୁଟ, ରାୟଗଡ଼ା ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୯ରୁ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବଢିବା ସହିତ ରାଜ୍ୟବ୍ୟାପୀ ବର୍ଷା ନେଇ ଆଶଙ୍କା କରିଛି ବିଭାଗ । ଉପକୂଳ ଓଡ଼ିଶାର ୮ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ଗତ ୨୪ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। କୋରାପୁଟ ଜିଲ୍ଲାର ସିମିଳିଗୁଡ଼ା ଠାରେ ସର୍ବାଧିକ ୮୪ ମିଲିଲିଟର ବର୍ଷା ରେକର୍ଡ କରାଯାଇଥିବା ନେଇ ସୂଚନା ମିଳିଛି।

Naxatra News is now on Whatsapp
Join and get latest news update delivered to you via whatsapp
Join Now