ଓଡ଼ିଶା

ସନ୍ଧ୍ୟା ୭ଟାରୁ ରାତ୍ର ୧୧ଟା ଯାଏଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ । ଧରାବତରଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ପୁର ପଲ୍ଲୀ।  ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ ।

ତେବେ ଏନେଇ ଆଜି ସନ୍ଧ୍ୟା ୭ଟାରୁ ରାତ୍ର ୧୧ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡିମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦୁଇଜଣ ମହାଜନ ସେବକ  ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ।

Leave a Reply

Your email address will not be published.

Back to top button