ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

Spread the love

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ସାକ୍ଷାତ କରିଛନ୍ତି। ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଭେଟିଛନ୍ତି।

ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *