ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି ସୁପ୍ରିମକୋର୍ଟ

ସିବିଆଇ ଦ୍ୱାରା ଦାଖଲ ହୋଇଥିବା ଦିଲ୍ଳୀ ମଦ ନୀତି ମାମଲାରେ ସୁପ୍ରିମକୋର୍ଟ ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ଜଷ୍ଟିସ ସୂର୍ଯ୍ୟକାନ୍ତ ଏବଂ ଉଜଲ ଭୁୟାନଙ୍କ ଦ୍ବାରା ଗଠିତ ଏକ ଖଣ୍ଡପୀଠ ଏ ନେଇ ରାୟ ପ୍ରକାଶ କରିଛନ୍ତି। କେଜ୍ରିୱାଲ୍ ସିବିଆଇ ଦ୍ବାରା ହୋଇଥିବା ଗିରଫକୁ ଚ୍ୟାଲେଞ୍ଜ କରି ଜାମିନ ଆବେଦନ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ମିଳିପାରିବ ନାହିଁ ବୋଲି ଦର୍ଶାଇ କୋର୍ଟ ଅଗଷ୍ଟ ୨୩ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି। କେଜ୍ରିୱାଲଙ୍କ ପକ୍ଷ ରଖୁଥିବା ବରିଷ୍ଠ ଆଡଭୋକେଟ ଅଭିଷେକ ସିଂହଭୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଅନ୍ତରୀଣ ଜାମିନ ମାଗିଥିଲେ ।ସିଂହଭୀ କହିଛନ୍ତି, “ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ଆମେ ଅନ୍ତରୀଣ ଜାମିନ ପାଇଁ ଆବେଦନ କରିଛୁ।’’ ଏହାର ଉତ୍ତରରେ ଜଷ୍ଟିସ ସୂର୍ଯ୍ୟକାନ୍ତ କହିଛନ୍ତି, ‘‘ଅନ୍ତରୀଣ ଜାମିନ୍‌ ମିଳିପାରିବ ନାହିଁ’’।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *