ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ । ବର୍ଷା ଦିନରେ ବନ୍ୟା ପରିସ୍ଥିତି ମୁକାବିଲା ଦିଗରେ ଆବଶ୍ୟକୀୟ ପଦକ୍ଷେପ ନୋବକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଏସଆରସି ଓ ଅନ୍ୟ ଅଧିକାରୀମାନଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଅଳ୍ପ ବର୍ଷା ଯୋଗୁ ସହର, ବିଶେଷକରି ଭୁବନେଶ୍ବରରେ ସୃଷ୍ଟି ହେଉଥିବା ବନ୍ୟା ପରିସ୍ଥିତିର ସମାଧାନ ଉପରେ ଗୁରୁତ୍ବ ଦିଆଯାଇଛି। ସହରାଞ୍ଚଳ କୃତିମ ବନ୍ୟା ପରିସ୍ଥିତି ନିୟନ୍ତ୍ରଣ ପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ପ୍ରସ୍ତାବ ଦିଆଯାଇଛି। ଏହାର ଦାୟୀତ୍ବ ଆଇଆଇଟି ଦିଲ୍ଲୀକୁ ଦିଆଯାଇଛି। 

ଆଇଆଇଟି ଦିଲ୍ଲୀ ବୈଷୟିକ ସହାୟତା ପ୍ରଦାନ କରିବା ସହ ଦୀର୍ଘ ମିଆଦୀ ଯୋଜନା ପ୍ରସ୍ତୁତ କରି ସରକାରଙ୍କୁ ପ୍ରଦାନ କରିବ। ବର୍ଷା ଦିନରେ ସାପ କାମୁଡା ରୋଗୀ ଦେଖିବାକୁ ମିଳନ୍ତି। ତେଣୁ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଆଣ୍ଟି ସ୍ନେକ ଭେନମ ରଖିବାକୁ କୁହାଯାଇଛି। ଓଡ୍ରାଫ ୟୁନିଟ୍ ୨୦ରୁ ୩୦କୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦିଆଯାଇଛି। ପାଣିପାଗ ବିଭାଗ ସହ ସମନ୍ବୟ ରଖି ଜିରୋ କାଜୁଆଲିଟି ନୀତି ଗ୍ରହଣ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *