ଭଣ୍ଡାରିପୋଖରୀରୁ ପରାଜିତ ପରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା…..

Spread the love

() ଭଣ୍ଡାରିପୋଖରୀରୁ ପରାଜିତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ। ମୋର ଦୀର୍ଘ ରାଜନୈତିକ ଜୀବନରେ ମୁଁ ପ୍ରଥମରୁ କଂଗ୍ରେସ ଦଳ ସହ ରହିଆସିଛି । କ୍ଷମତା ବା ସ୍ୱାର୍ଥ ପାଇଁ କେବେ ଦଳ ପରିବର୍ତନ କରିବା କଥା ଚିନ୍ତା କରିନାହିଁ। ଚଳିତ ଥର ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରୁ କଂଗ୍ରେସ ଦଳ ପକ୍ଷରୁ ପ୍ରତିବୃନ୍ଦିତା କଲାବେଳେ ମୁଁ କହିଥୁଲି – ଏହା ମୋର ଶେଷ ନିର୍ବାଚନ । ଭଣ୍ଡାରିପୋଖରୀବାସୀ ମୋତେ ବିଜୟୀ କରିନ ପାରି ଥୁଲେବି ଯେଉଁ ସ୍ନେହ-ଶ୍ରଦ୍ଧା ଦେଇଛନ୍ତି, ସେଥ‌ିପାଇଁ ମୁଁ ସେମାନଙ୍କ ନିକଟରେ ରୁଣୀ । ଭଣ୍ଡାରିପୋଖରୀ ଏକ ସମସ୍ୟା ବହୁଳ ନିର୍ବାଚନ ମଣ୍ଡଳୀ ଏହାର ଅନେକ କ୍ଷେତ୍ରରେ ବିକାଶ ହୋଇ ପାରିନାହିଁ । ଏଥର ନିର୍ବାଚନରେ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସଞ୍ଜୀବ ବାବୁଙ୍କୁ ମୁଁ ଅଭିନନ୍ଦନ ଜଣାଇବା ସହ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ହିତ ପାଇଁ ଉଦ୍ୟମ କରିବେ ବୋଲି ଆଶା କରୁଛି ।

ଏଥର ନିର୍ବାଚନରେ ପ୍ରତିଦ୍ଵନ୍ଦିତା ନ’କରିବାକୁ ଇଛା କରିଥିଲେ ମଧ୍ୟ ଭଣ୍ଡାରିପୋଖରୀବାସୀ ଅନୁରୋଧ କରିବାରୁ ଏ ନିର୍ବାଚନ ଲଢିଥୁଲି । ନିର୍ବାଚନରେ ଜନତାଙ୍କ ରାୟଙ୍କୁ ସମ୍ମାନ ଜଣାଉଛି ଓ ଭବିଷ୍ୟତରେ ଆଉ ଭୋଟ୍ ରାଜନୀତିରେ ଭାଗ ନେବି ନାହିଁ ବୋଲି ସ୍ଥିର କରିଛି। କିନ୍ତୁ ଓଡିଶାବାସୀଙ୍କ ବିକାଶ ପାଇଁ ସବୁ ପ୍ରକାର ଉଦ୍ୟମ କରିବି ବୋଲି ପୂର୍ବତନ ପିସିସି ସଭାପତି ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବାର୍ତ୍ତାରେ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *