ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ…

Spread the love

ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି ଅଚ୍ୟୁତ ସାମନ୍ତ । ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଏସମ୍ପର୍କରେ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ ଅଚ୍ୟୁତ ସାମନ୍ତ। ଏହାସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ସେ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ। ତେବେ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେବା ପରେ ସେ ସମାଜସେବାରେ ସକ୍ରିୟ ରହିବେ ବୋଲି କହିଛନ୍ତି। ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ। କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *